2c5c1430 2453 4ea0 9e79 a0a3f8aecb67 1024x910

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ୱାସ ଶନିବାର ରାଜ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ଏହି ସାକ୍ଷାତ ଅବସରରେ ଡ. ବିଶ୍ୱାସ ମାନ୍ୟବର ରାଜ୍ୟପାଳଙ୍କୁ ଏମ୍ସ ଭୁବନେଶ୍ୱରରେ ହେଉଥିବା ରୋଗୀ ସେବା ସମ୍ବନ୍ଧୀୟ ଅନେକ ବିକାଶମୂଳକ କାର୍ଯ୍ୟ, ଗବେଷଣା ଏବଂ ଅନ୍ୟାନ୍ୟ ବିଭିନ୍ନ ପ୍ରସଙ୍ଗରେ ଅବଗତ କରାଇଥିଲେ। ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ମଧ୍ୟ ରୋଗୀ ସେବା ଓ ସମାଜ ପ୍ରତି ଏମ୍ସ ଭୁବନେଶ୍ୱରର ସେବା ମନୋଭାବ ଏବଂ ସକରାତ୍ମକ ଆଭିମୁଖ୍ୟକୁ ପ୍ରଶଂସା କରିଥିଲେ।
ଓଡ଼ିଶାର ରାଜ୍ୟପାଳ ତଥା ଦେଶର ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ଶ୍ରୀ ରଘୁବର ଦାସଙ୍କ ସହିତ ସାକ୍ଷାତକୁ ନେଇ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ବିଶ୍ୱାସ ଆନନ୍ଦ ପ୍ରକାଶ କରିବା ସହିତ ଏହା ଏକ ପ୍ରେରଣାଦାୟୀ ବୈଠକ ଥିଲା ବୋଲି ପ୍ରକାଶ କରିଛନ୍ତି।

Share