Screenshot 2023 12 20 151034 750x430

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା କେରେଡାଗଡରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତରେ ୨ଟି ପାଣି ଟାଙ୍କି ସ୍ଥାପନ କରାଯିବ। ରାଜ୍ୟ ସରକାରଙ୍କର ଏହି ତ୍ୱରିତ ପଦକ୍ଷେପ ପାଇଁ କେରେଡାଗଡବାସୀ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇବା ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି।

ସୂଚନାଯୋଗ୍ୟ ଯେ ଗତ ୧୮ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କେନ୍ଦ୍ରାପଡା ରାଜନଗର ଗସ୍ତରେ ଯାଇ କେରେଡାଗଡବାସୀଙ୍କ ମୌଳିକ ସମସ୍ୟା ବିଷୟରେ ଜାଣିବାକୁ ପାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ନିବେଦନ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ଏ ବିଷୟରେ ଜାଣିବାପରେ ଆଜି ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି’ରୁ ୨ଟି ଯାକ ପ୍ରକଳ୍ପ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ୨ଟିର କାର୍ଯ୍ୟ ଯଥା ଶୀଘ୍ର ସମ୍ପନ୍ନ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜନଅଭିଯୋଗର ସମାଧାନ କେରେଡାଗଡବାସୀଙ୍କ ପାଇଁ ଏକ ବିରଳ ଅନୁଭୁତି।

Share