Naveen patnaik fanal 654x430

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀ ଗଡ଼ିବ ସ୍ୱତନ୍ତ୍ର ବସ୍। ଶ୍ରୀଜଗନ୍ନାଥ ବସରେ ପୁରୀ ଆସିବେ ଶ୍ରଦ୍ଧାଳୁ। ୬୦ଟି ବସରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିବେ। ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥ ବସର ଶୁଭାରମ୍ଭ କରିବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ମହାପାତ୍ର।

ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଶ୍ରୀମାର୍ଗ, ଜଗନ୍ନାଥ ବଲ୍ଲଭ ପାର୍କିଂ, ଶ୍ରୀସେତୁ ସହିତ ଯଜ୍ଞସ୍ଥଳୀ ଆଦିର ସମୀକ୍ଷା କରାଯାଇଥିଲା। ଏଥି ସହ ସେବାୟତଙ୍କ କଲ୍ୟାଣ ପାଇଁ ଛାତ୍ରବୃତ୍ତି, ବର୍ଷକୁ ଦୁଇ ଥର କାଉନ୍ସେଲର ନିଯୁକ୍ତି, ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି ଆଦି ପ୍ରସଙ୍ଗରେ ଆଲୋଚନା ହୋଇଥିଲା।

Share