Jnu 1707051333

ନୂଆଦିଲ୍ଲୀ ଜବାହାରଲାଲ ନେହରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକଙ୍କ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ହେବ। ସେଥିପାଇଁ ଆଜି ଓଡ଼ିଶା ସରକାର ଓ ଜେଏନ୍‌ୟୁ କର୍ତ୍ତୃପକ୍ଷ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି। ବୁଝାମଣା ପତ୍ର ସ୍ୱାକ୍ଷରିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତ ଥିଲେ |

ଲୋକସେବା ଭବନଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ୱାଲ ଓ ଜେଏନ୍‌ୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ। ଓଡ଼ିଆ ଭାଷାରେ ପ୍ରଗତିଶୀଳ ଗବେଷଣା ନିମନ୍ତେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସହଭାଗିତା ଓ ସହଯୋଗିତା, ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ତଥା ପ୍ରୋତ୍ସାହନ ପାଇଁ ଉଲ୍ଲେଖନୀୟ ଭିତ୍ତି ନିର୍ମାଣ ଏହି ବୁଝାମଣା ପତ୍ରର ମୁଖ୍ୟ ଉଦ୍ଦେଶ୍ୟ।

ବୁଝାମଣା ପତ୍ର ସ୍ୱାକ୍ଷରିତ ସମୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Share