2024 2largeimg16 Feb 2024 194807137

ଭୁବନେଶ୍ୱର: ଆଉ ହାତରେ ମାତ୍ର ଦିନ କେଇଟା। ପାଖେଇ ଆସୁଥିବା ନିର୍ବାଚନ ପାଇଁ ଓଡ଼ିଶା ଗସ୍ତରେ ଅଛନ୍ତି ନିର୍ବାଚନ କମିଶନର। ତିନିଦିନିଆ ଓଡିଶା ଗସ୍ତରେ ଆସି ସାଧାରଣ ନିର୍ବାଚନ ନେଇ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ଇସିଆଇ। ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି । ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଗୁରୁତ୍ବ ଦେଇଛନ୍ତି ନିର୍ବାଚନ କମିଶନ। ବିଏସଫ ଅଧିକାରୀ, ରିଜର୍ଭ ବ୍ୟାଙ୍କ ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଅଛନ୍ତି । ଏହା ପରେ ଆଉ ଏକ ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିଜିଙ୍କ ଭଳି ବରିଷ୍ଠ ଅଧିକାରୀଙ୍କ ସହ ରାଜୀବ କୁମାରଙ୍କର ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ମୁଖ୍ୟ ନିର୍ବାଚନ କମିଶନର ଆଲୋଚନା କରିଥିଲେ। ଯେଉଁଥିରେ ଇଭିଏମ, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ବି ସମୀକ୍ଷା କରିବା ସହ ଅନ୍ୟାନ୍ୟ ଜରୁରୀ ବିଷୟ ଉପରେ ମଧ୍ୟ ଗୁରୁତ୍ଵ ଦେବେ।

Share