Bjp 1712995727

ଭଦ୍ରକ : ବିଜେପିରେ ମିଶିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁ ଅଜୟ ନାୟକ। ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଜେଡ଼ି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ। ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିବା ଅଜୟ ଆଜି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଛନ୍ତି।
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପୂର୍ବତନ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗଦେଇଛନ୍ତି।
ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ବିଜେପି ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ଧାମନଗର ବିଧାନସଭା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ, ବିରଞ୍ଚି ତ୍ରିପାଠୀ ଓ ବିଜେପି ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ। ଅଜୟ ବିଜେପିରେ ଯୋଗ ଦେବା ପରେ ବିଜେଡିରେ ଉପରେ ବର୍ଷିଛନ୍ତି।

Share