Image 1723535412

ଭୁବନେଶ୍ବର: ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି। ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି। ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଛି।

ଲୋକମାନେ ଯାହା ମତାମତ ଦେବେ, ସେହି ହିସାବରେ ସଂଶୋଧନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ୧୪ ତାରିଖ ସୁଦ୍ଧା ଜିଲ୍ଲାପାଳମାନଙ୍କଠାରୁ ଫିଡ୍‌ବ୍ୟାକ୍‌ ରିପୋର୍ଟ ଆସିବ। ଲୋକଙ୍କ ମତ ପରେ ଏସ୍‌ଓପିରେ ସଂଶୋଧନ ହୋଇ ସାର୍ବଜନୀନ ହେବ। ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ହିତାଧିକାରୀଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବା ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

Share