Screenshot 2024 10 06 155247 750x430

ବାଲେଶ୍ବର: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ। ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍ ଖୋଲାଯାଇଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି।

ପରୀକ୍ଷାର୍ଥୀଙ୍କ ଉପସ୍ଥିତିରେ ଦସ୍ତଖତ ନେଇ ପ୍ରଶ୍ନପତ୍ର ଖୋଲାଯିବା କଥା। କିନ୍ତୁ ପୂର୍ବରୁ ହିଁ ପ୍ରଶ୍ନପତ୍ର ପ୍ୟାକେଟ୍‌ ସିଲ୍‌ ଖୋଲାଯାଇଥିବା ଅଭିଯୋଗ କରିଥିଲେ କିଛି ପରୀକ୍ଷାର୍ଥୀ। ଏପରିକି ସିସିଟିଭି ଯାଞ୍ଚ ପାଇଁ ମଧ୍ୟ ଦାବି କରିଥିଲେ ପରୀକ୍ଷାର୍ଥୀ। କିନ୍ତୁ ସିସିଟିଭି ଯାଞ୍ଚ ବେଳେ ଏହା ସମୟ ସହ ମେଳ ଖାଇ ନଥିବା ସୂଚନା ମିଳିଛି।

ସେପଟେ ସିସିଟିଭି ସମୟ ମେଳ ନଖାଇବା ବୈଷୟିକ ତ୍ରୁଟି କହିଥିଲେ କର୍ତ୍ତୃପକ୍ଷ। ଅନ୍ୟପଟେ ପରୀକ୍ଷା ବିଭ୍ରାଟ କଥାକୁ କର୍ତ୍ତୃପକ୍ଷ ଅସ୍ବୀକାର କରିଛନ୍ତି।

Share