Habishyali Passes Away Inside Puri Jagannath Temple 678x430

ପୁରୀ: ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଭୀଷଣ ବାତ୍ୟାର ରୂପ ନେଇ ‘ଦାନା’ ଲ୍ୟାଣ୍ଡଫଲ କରିବ ବୋଲି କହିଛି ପାଣିପାଗ ବିଭାଗ। ଏହି ସମୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ପର୍ଯ୍ୟନ୍ତ ରହିପାରେ। ସମ୍ଭାବ୍ୟ ବାତ୍ୟାକୁ ଆଖିରେ ରଖି  ପୁରୀରେ ଥିବା ହବିଷ୍ୟାଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ପୁରୀ ଜିଲ୍ଲାପାଳ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି। ସେମାନଙ୍କ ପାଇଁ ଖାଦ୍ୟ ସାମଗ୍ରୀ ମହଜୁଦ ଥିବା ବେଳେ ଜେନେରେଟର ମଧ୍ୟ ବ୍ୟବସ୍ଥା କରାଯାଇଛି। ଆବଶ୍ୟକ ପଡିଲେ ୨୪ ଓ  ୨୫ ତାରିଖରେ ସେମାନଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିପାରେ ବୋଲି କହିଛନ୍ତି।  ଏପରି ପ୍ରତିକୂଳ ସମୟରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଓ ସି-ବିଚ୍‌ ନ ଆସିବାକୁ  ପିଢ଼ି ଜିଲ୍ଲାପାଳ ଗଣମାଧ୍ୟମ ଜରିଆରେ ଅପିଲ କରିଛନ୍ତି।

ସୂଚନା ଅନୁଯାୟୀ, ବାତ୍ୟା ‘ଦାନା’ ଯୋଗୁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହେବ। ସେହିପରି କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲା ମଧ୍ୟ ପ୍ରଭାବିତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Share