Img 20241027 Wa0039 750x430

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ଯ ଉପସ୍ଥିତ ଥିଲେ।

Share