Cold weather winter 16401666343x2 1

ଭୁବନେଶ୍ବର : ଭୁବନେଶ୍ବର: ସାମୁଦ୍ରିକ ଝଡ଼ ‘ଫେଙ୍ଗାଲ’ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନ‌ରେ ପାଗ ମେଘୁଆ ରହିଥିଲା। ପାହାଡିଆ ଏବଂ ସମତଳ ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଥିଲା; କିନ୍ତୁ ଆସନ୍ତା ୨ଦିନ ପରେ ପୁଣି ଶୀତ ଫେରିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରିରେ ହାଲୁକା ବର୍ଷା ସମ୍ଭାବନା ଥିବାବେଳେ ଅବଶିଷ୍ଟ ଅଞ୍ଚଳରେ ପାଗ ଶୁଖିଲା ରହିବ। ସୁନ୍ଦରଗଡ, କନ୍ଧମାଳ, କଳାହାଣ୍ଡି, ଝାରସୁଗୁଡା ଏବଂ କେନ୍ଦୁଝରରେ କୁହୁଡି ଦୃଶ୍ୟମାନ ହେବା ସମ୍ଭାବନା ରହିଛି।
ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ରାତି ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମିବା ସମ୍ଭାବନା ରହିଛି।

Share