ଭକ୍ତ ଚରଣ ଦାସ ହେଲେ PCC ସଭାପତି

Bhakta Das

ଭୁବନେଶ୍ବର: ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ ସଂପାଦକ କେସି ବେଣୁଗୋପାଳ ମଙ୍ଗଳବାର ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସଭାପତି ପଦବିରୁ ଶରତ ପଟ୍ଟନାୟକ ଇସ୍ତଫା ଦେଲା ପରେ ଏହି ପଦ ଦୀର୍ଘ ଦିନ ହେଲା ଖାଲି ପଡ଼ିଥିଲା। ନୂଆ ନେତାଙ୍କୁ ଏହି ପଦବିରେ ନିଯୁକ୍ତି ମିଳିବା ପରେ କଂଗ୍ରେସକୁ ନୂତନ ବଳ ମିଳିବ ବୋଲି ଆଶା କରାଯାଉଛି।

ପିସିସି ସଭାପତି ଭାବେ ନିଯୁକ୍ତି ହେଲା ପରେ ଭକ୍ତ ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଛନ୍ତି, ଯୁବ ଓ ବରିଷ୍ଠଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେଘରେ ପହଞ୍ଚାଇବୁ। ସମସ୍ତେ ମୋତେ ସହଯୋଗ କରିବେ ବୋଲି ଆଶା କରୁଛି। ଗାନ୍ଧି ପରିବାର ମୋତେ ପୂର୍ବରୁ ଅନେକ ଦାୟିତ୍ବ ଦେଇଛନ୍ତି। ସବୁ ଦାୟିତ୍ବ ସାମର୍ଥ୍ୟ ମତେ ପୂରଣ କରି ଆସ୍ଥାଭାଜନ ହୋଇଛି। ଲୋକଙ୍କ ପାଖକୁ ଯାଇ ଶହେ ଟଙ୍କା ଲେଖାଏଁ ମାଗି ସମ୍ବଳ ବଢ଼ାଇବି। ଲୋକଙ୍କ ଆସ୍ଥାଭାଜନ ହେବା ମୋର ଲକ୍ଷ୍ୟ।

Share