Gnwzq Bxaaadsup 784399

ଭୁବନେଶ୍ବର: ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜିତ ହୋଇଛି। ଭୁବନେଶ୍ୱରର ଖଣ୍ଡଗିରି ଠାରୁ ଆରମ୍ଭ ହୋଇ କଳିଙ୍ଗ ଷ୍ଟୁଡ଼ିଓ ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ଗଣଦୌଡ଼ରେ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ।

ଖଣ୍ଡଗିରିର ଗୌରବମୟ ଇତିହାସକୁ ଜୀବନ୍ତ କରି ଗଢ଼ି ତୋଳିବା ପାଇଁ ଏହି ଗଣଦୌଡ଼ରେ ଆଜି ଶହଶହ ଲୋକ ସାମିଲ ହୋଇଥିଲେ। ସେହିପରି ଏହି ଗଣଦୌଡ଼ରେ ଭୁବନେଶ୍ବର ଏକାମ୍ର ବିଧାୟକ ବାବୁ ସିଂ, ଭୁବନେଶ୍ବର (ମଧ୍ୟ)ରୁ ବିଜେପର ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ, ଅଭିନେତା ସବ୍ୟସାଚୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

Share