Screenshot 2025 04 22 145821 750

ଭୁବନେଶ୍ୱର: ଓଡ଼ିଶା ଜଳ ବିଦ୍ୟୁତ ନିଗମର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ସନ୍ଦୀପ ପଟ୍ଟନାୟକ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ମାନବ ସମ୍ବଳ ପରିଚାଳନା, ନେତୃତ୍ୱ, ଔଦ୍ୟୋଗିକ ବିକାଶ ଏବଂ ଦକ୍ଷତା ବିକାଶ ଆଦି କ୍ଷେତ୍ରରେ ତାଙ୍କର ଦୀର୍ଘ ତିନି ଦଶନ୍ଧିରୁ ଊର୍ଦ୍ଧ୍ବ ସମୟର ଅଭିଜ୍ଞତା ରହିଛି।

ସନ୍ଦୀପ ପଟ୍ଟନାୟକଙ୍କର କାର୍ଯ୍ୟ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚାଳନା, ସହଭାଗିତା ଏବଂ ଔଦ୍ୟୋଗିକ ସଂସ୍କୃତିର ସଠିକ ପରିଚାଳନା ଆଦି କ୍ଷେତ୍ରରେ ଦୀର୍ଘ ଅଭିଜ୍ଞତା ରହିଛି। ଓଏଚପିସିରେ ଯୋଗଦେବା ପୂର୍ବରୁ ସନ୍ଦୀପ ପଟ୍ଟନାୟକ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ଼ର ମାନବ ସମ୍ବଳ ଏବଂ ଦକ୍ଷତା ବିକାଶ ବିଭାଗର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ଦାୟିତ୍ବ ନିର୍ବାହ କରିଛନ୍ତି।

ସନ୍ଦୀପ ପଟ୍ଟନାୟକ ଏରୋସ୍ପେସ ଏବଂ ଆଭିଏସନ ସେକ୍ଟର ସ୍କିଲ କାଉନସିଲର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଛନ୍ତି। ତାଙ୍କର କର୍ମମୟ ଜୀବନ ହିନ୍ଦୁସ୍ତାନ ଜିଙ୍କ ଲିମିଟେଡ଼ରେ ମ୍ୟାନେଜମେଣ୍ଟ ଟ୍ରେନି ଭାବରେ ଆରମ୍ଭ ହୋଇଥିଲା।

Share