Sankha bhawan

ଭୁବନେଶ୍ଵର: ପ୍ରଥମ ଥର ନିର୍ବାଚନ ହାରି ବିରୋଧୀ ଦଳ ଆସନରେ ବସିଥିବା ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ଏସବୁ ପଦରେ ନେତାମାନଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ପ୍ରଥମ ଥର ବିଜେଡିରେ ସଂଗଠନ ସାଂପାଦକ ପଦବୀ କଟାଯାଇଛି।

ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି(ମୁଖ୍ୟାଳୟ) ନିଯୁକ୍ତ କରାଯାଇଛି। ବରିଷ୍ଠ ଉପସଭାପତି ଭାବେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ଵ ମିଳିଛି। ଉପସଭାପତି ପ୍ରତାପ ଜେନାଙ୍କୁ ମଧ୍ୟ ମୁଖ୍ୟାଳୟ ଦାୟିତ୍ଵ ଦିଆଯାଇଛି। ଉପସଭାପତି ତାଲିକାରେ ଅତନୁ ସବ୍ୟସାଚୀ, ରାଜେନ୍ଦ୍ର ଢୋଲକିଆ, ସଞ୍ଜୟ ଦାସବର୍ମା, ରବି ନାରାୟଣ ନନ୍ଦ, ଅଶ୍ଵିନୀ କୁମାର ପାତ୍ର, ପ୍ରଣବ ପ୍ରକାଶ ଦାସ ଓ ସାରଦା ନାୟକଙ୍କ ନାଁ ସାମିଲ।

୨୦ ବରିଷ୍ଠ ସାଧାରଣ ସଂପାଦକ ଭାବେ କଳିକେଶ ନାରାୟଣ ସିଂ ଦେଓ, ପ୍ରୀତିରଞ୍ଜନ ଘଡ଼େଇ, ଟୁକୁନୀ ସାହୁ, ଦିବ୍ୟଶଙ୍କର ମିଶ୍ର, ଭୃଗୁ ବକ୍ସିପାତ୍ର, ପ୍ରଦୀପ ମାଝୀ, ଦେବେଶ ଆଚାର୍ଯ୍ୟ, ପୂର୍ଣ୍ଣଚନ୍ଦ୍ର ସ୍ଵାଇଁ, ବ୍ୟୋମକେଶ ରାୟ, ମାନସ ମଙ୍ଗରାଜ, ରାଜଶ୍ରୀ ମଲ୍ଲିକଙ୍କୁ ସ୍ଥାନ ମିଳିଛି। ୩୫ ସାଧାରଣ ସଂପାଦକ ତାଲିକାରେ ତୁଷାରକାନ୍ତି ବେହେରା, ସୌଭିକ ବିଶ୍ଵାଳ, ସାରଦା ଜେନା, ଶ୍ରୀମୟୀ ମିଶ୍ର, ସୁଲତା ଦେଓ, ଶୁଭାଶିଷ ଖୁଣ୍ଟିଆ,ଦୀପାଳି ଦାସ, ମନ୍ମଥ ରାଉତରାୟ ଆଦିଙ୍କୁ ସ୍ଥାନ ମିଳିଛି।

Share