Puri

ପୁରୀ : ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୀତି । ସନ୍ଧ୍ୟା ଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ । ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ । ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳୀ ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ ।

ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ । ସମସ୍ତ ନୀତି କାନ୍ତି କୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି । ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Share