Ww

ଭୁବନେଶ୍ୱର : ୨୦ରେ ଖୋଲିବ ସ୍କୁଲ । ଜୁନ୍ ୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ DEOଙ୍କୁ ଚିଠି ଲେଖାଯାଇଛି । ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ।

ତେବେ ଏପ୍ରିଲ ୨୩ରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିଥିଲା । ରାଜ୍ୟରେ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଥିଲେ । ଏପଟେ ବର୍ଷା ଯୋଗୁ କ୍ୟାମ୍ପସ ପରିସରରେ ଉଠିଥିବା ଗଛଲତା , ପାଣି ଟାଙ୍କି ଓ ରୋଷେଇ ଘର ସଫା କରିବା ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି ।

Share