ଭୁବନେଶ୍ୱର: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ଓଡ଼ିଶା ଆସିବେ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ ।
ଭୁବନେଶ୍ୱରରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ହେବାକୁ ଯାଉଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ପ୍ରଦାନ କରିଛନ୍ତି। ଏହି ସମାବେଶରେ ରାହୁଲ ଗାନ୍ଧୀ ଓ ଦଳୀୟ ଅଧ୍ୟକ୍ଷ ସାମିଲ ହେବେ ।
ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ବର୍ଷକର ବିଜେପି ସରକାରଙ୍କର ବିଫଳତାକୁ ନେଇ କଂଗ୍ରେସ ଏହି ସମାବେଶ କରିବ। ଜୁଲାଇ ୯ରେ ରାହୁଲ ଗାନ୍ଧୀ ଓଡ଼ିଶାରେ ଆସି ପହଞ୍ଚିବେ ।
ବହୁତଦିନ ଧରି ରାହୁଲ ଗାନ୍ଧୀ ଓଡ଼ିଶା ଆସିନାହାନ୍ତି । ଦୀର୍ଘ ଦିନ ପରେ ରାହୁଲ ଓଡ଼ିଶା ଆସୁଛନ୍ତି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ।
