Soumya

କଟକ: ACF ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା ।  ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ଚାଲିବ ମାମଲା ।  ଏହା ସହ ଡିଏଫଓ ସଂଗ୍ରାମ ବେହେରାଙ୍କ ସହ ରୋଷେୟା ମନ୍ମଥଙ୍କ ନାମରେ ମଧ୍ୟ ଚାଲିବ ମାମଲା ।

ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ ।  ଟ୍ରାଏଲ କୋର୍ଟରେ ନିଜର ପକ୍ଷ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।  ହାଇକୋର୍ଟଙ୍କ ବିଚାରପତି ଜଷ୍ଟିସ ଶିବ ଶଙ୍କର ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଅନୁସାରେ , ୨୦୨୧ ଜୁଲାଇ ୧୨ ତାରିଖରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ସରକାରୀ ବାସଭବନରେ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ତାଙ୍କ ସ୍ତ୍ରୀଙ୍କ ସହ ଥିବା ବେଳେ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିଲେ । ACF ସୌମ୍ୟରଞ୍ଜନଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ସେତେବେଳେ ତାଙ୍କ ଶରୀରର ୯୦ ପ୍ରତିଶତ ପୋଡିଯାଇଥିଲା। ଅବସ୍ଥା ସଂକଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଥିଲା ।  ସେଠାରେ ଏକ ଘରାଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଜୁଲାଇ ୧୬ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଏହାକୁ ଆକସ୍ମିକ ଘଟଣା ବୋଲି ତାଙ୍କ ପତ୍ନୀ ବିଦ୍ୟାଭାରତୀ କହୁଥିବା ବେଳେ ACF ସୌମ୍ୟଙ୍କ ବାପା ଅଭିରାମ ତାଙ୍କ ପୁଅକୁ ମାରିବା ପାଇଁ ଯୋଜନାବଦ୍ଧ ଷଡଯନ୍ତ୍ର କରାଯାଇଥିବା ଏବଂ ଏଥିପାଇଁ ବିଦ୍ୟାଭାରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ମଧ୍ୟରେ ଥିବା ଅନୈତିକ ସଂପର୍କ ଦାୟୀ ବୋଲି ଅଭିଯୋଗ କରିଥିଲେ ।

Share