Governer 750x430

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଟି ରାଜ୍ୟର ରାଜ୍ୟପାଳ ଏବଂ ଏକ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ପୂର୍ବତନ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପୁସାପତି ଅଶୋକ ଗଜପତି ରାଜୁଙ୍କୁ ଗୋଆର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବାବେଳେ ଜମ୍ମୁ-କାଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତାଙ୍କୁ ଲଦାଖର ନୂଆ ଉପରାଜ୍ୟପାଳ ନିଯୁକ୍ତ କରାଯାଇଛି। ସେହିପରି ପ୍ରଫେସର ଅସୀମ କୁମାର ଘୋଷଙ୍କୁ ହରିୟାଣାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଏହି ନିଯୁକ୍ତିଗୁଡ଼ିକ ସେମାନଙ୍କ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ତାରିଖରୁ କାର୍ଯ୍ୟକାରୀ ହେବ। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Share