Dhiman chakma 1068x601

ଭୁବନେଶ୍ବର : ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ ମିଳିଛି। ଗୁରୁବାର ଚକ୍‌ମାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଲାଞ୍ଚ ନେବାବେଳେ ଧରାପଡ଼ି ଭିଜିଲାନ୍ସ ଦ୍ଵାରା ଗିରଫ ହୋଇଥିଲେ ଧୀମାନ୍।
ସୂଚନାଯୋଗ୍ୟ, ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକ୍‌ମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ଵାରା ଧରା ପଡ଼ିଥିଲେ। ତାଙ୍କ ସରକାରୀ ଘର ତନଖିବେଳେ ଭିଜିଲାନ୍ସ ଟିମ୍ ୪୭ ଲକ୍ଷ ଟଙ୍କା ଠାବ କରିଥିଲା। ଜଣେ ବ୍ୟବସାୟୀଙ୍କଠାରୁ ୨୦ ଲକ୍ଷ ଟଙ୍କା ଦାବି କରି ୧୦ ଲକ୍ଷ ନେବାବେଳେ ପୂର୍ବ ଯୋଜନା ମୁତାବକ ଭୁବନେଶ୍ୱରରୁ ଆସିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲେ। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଥିଲା। ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Share