Screenshot 2025 08 01 134900 750

ଭୁବନେଶ୍ୱର: ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ୍ ମନ୍ତ୍ରୀଙ୍କ ସୂଚନା। ୨ ଜଣ ଏକ୍ସପର୍ଟ ଦେବା ପାଇଁ RBIକୁ ଚିଠି ଲେଖିଛନ୍ତି ସରକାର। RBI ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ।

ସେ ପ୍ରକ୍ରିୟା ସରିବା ପରେ RBI ଅଧିକାରୀଙ୍କୁ ତାରିଖ ଜଣାଯିବ। ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ ବୋଲି କହିଛନ୍ତି ଆଇନ୍ ମନ୍ତ୍ରୀ। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ନେଇ ଆରବିଆଇ ଦୁଇ ଜଣ ବିଶେଷଜ୍ଞଙ୍କୁ ମନୋନୀତ କରି ଆମକୁ ଜଣାଇଛନ୍ତି। ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଆମେ ଖୁବ କମ ଦିନ ମଧ୍ୟରେ ପରିଚାଳନା କମିଟି ଗଠନ କରିଦେବୁ। ପରିଚଳନା କମିଟିର ଅନୁମତି କ୍ରମେ ଉଚ୍ଚସ୍ତରୀୟ କମିଟି ରତ୍ନଗୁଡ଼ିକୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ କରିବେ । ତାହା ପରେ ତାରିଖ ନିର୍ଦ୍ଧାରଣ କରି ଆରବିଆଇର ଦୁଇ ଜଣ ସଦସ୍ୟଙ୍କ ଉପସ୍ଥିତିରେ ଗଣତିମଣତି ହେବ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଆମେ ଖୁବ କମ ଦିନ ମଧ୍ୟରେ ପରିଚାଳନା କମିଟି ଗଠନ କରିଦେବୁ। ପରିଚଳନା କମିଟିର ଅନୁମତି କ୍ରମେ ଉଚ୍ଚସ୍ତରୀୟ କମିଟି ରତ୍ନଗୁଡ଼ିକୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ କରିବେ। ତାହା ପରେ ତାରିଖ ନିର୍ଦ୍ଧାରଣ କରି ଆରବିଆଇର ଦୁଇ ଜଣ ସଦସ୍ୟଙ୍କ ଉପସ୍ଥିତିରେ ଗଣତିମଣତି ହେବ।

Share