Screenshot 2025 08 03 175154

ଭୁବନେଶ୍ବର:ଓଡ଼ିଶାରେ ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ । ଶହୀଦ ସପ୍ତାହରେ ମାଓବାଦୀମାନେ ଘଟାଇଛନ୍ତି ହିଂସା । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ଏହି ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରେଳ କର୍ମଚାରୀ ଇଟୁଆ ଓରାମଙ୍କ ମୃତ୍ୟୁ ଘଟିଛି। କି-ମ୍ୟାନ୍‌ ଇଟିୱା ଓରାମଙ୍କ ମୃତ୍ୟୁ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।

ସୂଚନାଥାଉକି, ସୁନ୍ଦରଗଡ ଜିଲ୍ଲା ବଣାଇ ସ୍ଥିତ ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଏହି ବିସ୍ଫୋରଣ ହୋଇଛି ।ବିସ୍ପୋରଣରେ ଦୁଇଟି ସ୍ଲିପର ବାହାରି ଯାଇଛି ଓ ଟ୍ରାକରେ ଖାତ ସୃଷ୍ଟି ହୋଇଛି । ଏଥିସହ ବିସ୍ପୋରଣ ସ୍ଥଳଠୁ ଏକ କିଲୋମିଟର ବ୍ୟବଧାନରେ ମାଓପୋଷ୍ଟର ଲଗାଇଛନ୍ତି ।

Share