ଏହି ନୂତନ ଗାଇଡଲାଇନ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିସନରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ କରାଯାଇଛି । ଏଥିପାଇଁ ବିଧାନସଭା କମିଟି ସଦସ୍ୟ ଓ ମାନ୍ୟବର ବିଧାୟକମାନଙ୍କ ପରାମର୍ଶ ନିଆଯାଇଛି, ପଡୋଶୀ ରାଜ୍ୟ ଗୁଡିକର ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀ’ର ଅଧ୍ୟୟନ କରାଯାଇଛି ଏବଂ କ୍ଷେତ୍ରସ୍ତରରେ ଉପୁଜୁଥ‌ିବା ସମସ୍ୟାଗୁଡିକର ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି ।
ଏହି ପ୍ରକ୍ରିୟାରେ ସଂଶ୍ଲିଷ୍ଟ ସମସ୍ତ ମନ୍ତ୍ରୀ, ବିଧାୟକ ଏବଂ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।
ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିସନର ଅନୁ ଗର୍ଗ ଏହି ନୂତନ ସରଳୀକୃତ ଗାଇଡ ଲାଇନ ଓ ୱେବ୍ ପୋର୍ଟାଲ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଏଥିରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।