ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାରି ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ-୨୦୩୬ ପୁସ୍ତିକା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏଥିସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଓ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ ଗତକାଲି ପୂର୍ବାହ୍ନରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିଥିଲେ । ଏହି ଅବସରରେ ଓଡ଼ିଶା ସଂପର୍କରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି । ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଓ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା କରିଥିବା ଜଣାପଡ଼ିଛି ।

