Habishyali 1

ପୁରୀ : ପୁରୀରେ ହବିଷିଆଳିଙ୍କ ପାଇଁ ପ୍ରସ୍ତୁତି ଆରମ୍ଭ । ଏଥର ୨୫ ଶହ ହବିଷିଆଳିଙ୍କ ରହିବା ପାଇଁ ବ୍ୟବସ୍ଥା ହେବ । ୪ଟି ସ୍ଥାନରେ ହେବ ହବିଷିଆଳି କେନ୍ଦ୍ର । ପ୍ରଥମ କରି ଆବେଦନ କରିଥିବା ମାଆ ମାନଙ୍କୁ ପ୍ରାଧାନ୍ୟ ଦିଆଯିବ । ହବିଷିଆଳିଙ୍କ ରହଣି, ପ୍ରସାଦ ସେବନ ଓ ଶ୍ରୀମନ୍ଦିରରେ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସହାୟତା ପାଇଁ ଜିଲ୍ଲା ପ୍ରଶାସନ ଅଧିକାରୀ ଓ ସ୍ବେଚ୍ଛାସେବୀ ନିୟୋଜିତ ହେବେ। ଆସନ୍ତା ସେପ୍ଟେମ୍ବର ୧୯ ତାରିଖରୁ ହବିଷିଆଳିଙ୍କ ପଞ୍ଜୀକରଣ ଆରମ୍ଭ ହେବ। https://edistrict.odisha.gov.inରେ ଆବେଦନ କରିପାରିବେ ।

ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ସମସ୍ତଙ୍କୁ ସ୍ୱାଗତ କରି ବୃନ୍ଦାବତୀ ନିବାସ ,ବଗଲା ଧର୍ମଶାଳା , ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟ ସ୍ଥଳ ଠାରେ ହବିଷ୍ୟାଳୀ ମା’ ମାନଙ୍କର ରହଣିର ବ୍ୟବସ୍ଥା କରାଯାଉଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବରିଷ୍ଠ ଅଧିକାରୀ ଏହାକୁ ଅନୁଧ୍ୟାନ କରିଛନ୍ତି ବୋଲି କୁହାଯାଇଛି । ହବିଷ୍ୟାଳୀ ଯୋଜନା ଆଧାରରେ ବୟସ୍କା ମାଆମାନେ ଏହି ବ୍ରତରେ ସାମିଲ ହେଉଛନ୍ତି । ତେଣୁ ସରକାରଙ୍କ ପରାମର୍ଶ କ୍ରମେ ଜିଲ୍ଲା ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇ ବାକୁ ବ୍ୟବସ୍ଥା କରୁଛି ।

 

Share