Rain close up in detail
rain close up in detail

ଭୁବନେଶ୍ଵର : ଗୁରୁବାର ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୬ ତାରିଖ ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୭ ତାରିଖ ସୁଦ୍ଧା ଏହା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଅତିକ୍ରମ କରିବ। ଗୁରୁବାର ପାଇଁ କୋରାପୁଟ, ନବରଙ୍ଗପୁର ଏବଂ ନୂଆପଡା ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ରାୟଗଡା, ଗଞ୍ଜାମ , ଗଜପତି ଏବଂ ବାଲେଶ୍ଵର ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Share