Mohan charan majhi 1068x556

ଭୁବନେଶ୍ବର:  ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ଛାତ୍ରୀଙ୍କୁ ହସପିଟାଲ ICUରେ ଭର୍ତ୍ତି କରାଯାଇଛି । ଗଳକାଲି ରାତିରେ ଛାତ୍ରୀ ଜଣକ ବାହାରକୁ ଯାଇଥିବା ସମୟରେ ତାଙ୍କୁ ଦୁଷ୍କର୍ମ ହୋଇଥିବା ଜଣାପଡିଛି ।

ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଘଟଣାରେ ସେ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଏହି ସମ୍ବେଦନଶୀଳ ଘଟଣାରେ ଅଭିଯୁକ୍ତମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଦୃଢ଼ ଦାବି ଜଣାଉଛି। ମୁଁ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଏହା ସହ ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଁ ବରିଷ୍ଠ ଅଧିକାରୀଙ୍କୁ  ନିର୍ଦ୍ଦେଶ ଦେଇଛି। ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ।

Share