ପୂର୍ବରୁ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସଂପୂର୍ଣ୍ଣ ନିଷେଧ ଥିବାବେଳେ, କଇଁଛଙ୍କ ଅଣ୍ଡାଦାନ ସମୟରେ ମତ୍ସବିଭାଗ ପକ୍ଷରୁ ଧାମରା ମୁହାଁଣ ସମୁଦ୍ରକୂଳ ଠାରୂ ୨୦ କିମି ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ, ଭୁଟୁଭୁଟି ଚଳାଚଳ ବନ୍ଦ ସହିତ ମାଛ ଧରା ଉପରେ କଟକଣା ଜାରି କରାଯାଇଛି ।
ଏହା ସହିତ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ବନବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ ପୋଲିସ, ମତ୍ସ୍ୟ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ ହେବ । ବାବୁବାଲି ଓ ଅଗରନାଶିରେ ଦୁଇଟି ଅଫିସର ଓ ୧୪ଟି ସ୍ଥାନରେ ଟ୍ରଲର ପ୍ରୋଟେକ୍ସନ କ୍ୟାମ୍ପ କରାଯିବ ବୋଲି ଡିଏଫଓ ସୂଚନା ଦେଇଛନ୍ତି ।

