ପୁରୀ: ଆଜି ପୁରୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତରେ ଅଛନ୍ତି । ଏହି ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବ୍ୟବସାୟୀଙ୍କ ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବ୍ୟବସାୟୀ ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ ସୁଖ ହୋଇଥିଲେ ।

