Kcp

ଭୁବନେଶ୍ଵର : ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି ।  ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ ମିଳିବନି । ଏବେ ଇ-କେୱାଇସି ପ୍ରକ୍ରିୟାକୁ କେନ୍ଦ୍ର ସରକାର ବନ୍ଦ କରିଦେଇଛନ୍ତି। ସମୟ ବଢାଇଲେ ଆମେ ବଢାଇବୁ।  ବାଦ୍ ପଡିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି ।  ଏବେ ଆଉ ସମୟ ନାହିଁ ।  ଏବେବି କେଓ୍ୱାଇସି କରିନଥିବା ଲୋକଙ୍କୁ ଚାଉଳ ପଠାଯାଉଛି ।  ତାକୁ ଖୁବଶୀଘ୍ର ବନ୍ଦ କରିଦିଆଯିବ । ଯେଉଁମାନେ କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବନାହିଁ ।  ତେଣୁ ଆଗାମୀ ଦିନରେ ଯଦି କେନ୍ଦ୍ର ସରକାର ସମୟ ବଢାଇବେ, ତେବେ ଆମେ ମଧ୍ୟ ବଢାଇବୁ ।

Share