30majhi

ଭୁବନେଶ୍ବର: ଗ୍ରାମାଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ରାଜ୍ୟରେ ୪୭୧ ଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ କିସ୍ତି ବଣ୍ଟନ କରିଛନ୍ତି ।

ସୂଚନାଯୋଗ୍ୟ ଯେ ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ବ୍ୟତୀତ ରାଜ୍ୟର ୨୮ଟି ଜିଲ୍ଲାରେ ୪୭୧ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା ସହିତ ୪୮,୬୯୩ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକଙ୍କ ବାସଗୃହ ପାଇଁ ଚଳିତ ବର୍ଷ ମାର୍ଚ୍ଚ ୩୦ ତାରିଖରେ ଆମ ସରକାର ରାଜ୍ୟରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଥିଲେ। ଏହି ଯୋଜନାରେ ୨୦୨୪-୨୫ରୁ ୨୦୨୭-୨୮ ଆର୍ଥିକ ବର୍ଷ ମଧ୍ୟରେ ୭,୫୫୦ କୋଟି ଟଙ୍କା ବ୍ୟୟ ବରାଦ ରଖାଯାଇଛି। ଏଥିରେ ୫ ଲକ୍ଷ ଘର ନିର୍ମାଣ କରାଯିବ।

ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଛାଡ଼ି ବାକି ୨୮ଟି ଜିଲ୍ଲାର ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ୪୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସମୁଦାୟ ୧୯୪ କୋଟି ୭୭ ଲକ୍ଷ ୨୦ ହଜାର ଟଙ୍କା ବଣ୍ଟନ କରାଯାଇଛି। ହିତାଧିକାରୀମାନଙ୍କୁ ଦ୍ବିତୀୟ କିସ୍ତିରେ ୬୫ ହଜାର ଏବଂ ତୃତୀୟ କିସ୍ତିରେ ୧୫ ହଜାର ଟଙ୍କା ଏହିପରି ସମୁଦାୟ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେଉଁ ହିତାଧିକାରୀମାନେ ୪ ମାସ ମଧ୍ୟରେ ଘର ଶେଷ କରିବେ, ସେମାନଙ୍କୁ ୨୦ ହଜାର ଟଙ୍କା ଏବଂ ଯେଉଁମାନେ ୬ ମାସରେ ଘର ଶେଷ କରିବେ, ସେମାନଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଦିଆଯିବ।

ନାରେ ପ୍ରଥମ କିସ୍ତି ବାବଦରେ ୪୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଇଛି ।

Share