President arrives at jharsuguda 2025 11 20 12 02 38

ଝାରସୁଗୁଡା: ଝାରସୁଗୁଡା ବିମାନ ବନ୍ଦରରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ପ୍ରଦାନ କରାଯାଇଥିଲା।

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ବିଧାୟକ ଟଙ୍କଧର ତ୍ରିପାଠୀ, ଏଡିଜି ସନ୍ତୋଷ ବାର୍ଲା, ଜିଲ୍ଲାପାଳ କୁନାଲ ମୋତିରାମ ଚୌହ୍ୱାନ, ଏସପି ଜି ଆର ରାଘବେନ୍ଦ୍ର ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ।

ଏହାପରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ବାୟୁସେନାର ହେଲିକପ୍ଟରରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଛତିଶଗଡ଼ର ଅମ୍ବିକାପୁର ଅଭିମୁଖେ ବାହାରିଥିଲେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବିମାନ ବନ୍ଦର ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା।

Share