ବରିଷ୍ଠ ଅଧିକାରୀଙ୍କ ସହ ଉପଯୁକ୍ତ ସମନ୍ୱୟ ରଖି କାର୍ଯ୍ୟ କରିବା, ଭକ୍ତମାନଙ୍କ ପ୍ରତି ଉତ୍ତମ ବ୍ୟବହାର ପ୍ରଦର୍ଶନ ଏବଂ ଯେକୌଣସି ଅପ୍ରତ୍ୟାଶିତ ପରିସ୍ଥିତିର ମୁକାବିଲା କରିବାକୁ ସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ।
ନବବର୍ଷ ପାଳନ ଅବସରରେ ପୁରୀରେ ସୁରକ୍ଷିତ, ଶୃଙ୍ଖଳିତ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୃଷ୍ଟି କରିବା ପାଇଁ ପୁଲିସ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଡିଜିପି ପୁରୀ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ନିର୍ଦ୍ଦେଶକ (ଗୁଇନ୍ଦା) ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ନକ୍ସଲ ବିରୋଧୀ ଅଭିଯାନ) ସଂଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ରେଳବାଇ ଓ ଉପକୂଳ ସୁରକ୍ଷା) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଭୁବନେଶ୍ବର-କଟକ ପୁଲିସ କମିଶନର, ଏସ. ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ରାଜେଶ କୁମାର, ଡିଆଇଜି(କେନ୍ଦ୍ରାଞ୍ଚଳ) ସତ୍ୟଜିତ ନାଏକ, ଡିସିପି ଭୁବନେଶ୍ୱର ଜଗ ମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ। ଆଭାସୀ ମାଧ୍ୟମରେ ଡିଆଇଜି(ପୂର୍ବାଞ୍ଚଳ) ପିନାକ ମିଶ୍ର, ପୁରୀ ଏସପି ପ୍ରତୀକ ସିଂ, କଟକ ଏସପି(ଗ୍ରାମାଞ୍ଚଳ) ବିନିତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।

