ପୁରୀ: ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ସୂଚନା ଅନୁଯାୟୀ, ପୁରୀ ମେଡ଼ିକାଲ ଛକ ପଟୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବଳଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇଯିବା ସହ ଆହତ ହୋଇଥିଲେ ।

