ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଠାରେ ପାଳନ କରାଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ସମେତ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀ ଓ ପଣ୍ଡିତ ଭୁବନେଶ୍ୱର ମିଶ୍ରଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ଏହାପରେ ମୁଖ୍ୟମନ୍ତ୍ରୀ ଆୟୋଜିତ କେଳୁଚରଣ କୀର୍ତ୍ତି ଶତକମ୍ ନାମରେ ଆୟୋଜିତ ତିନି ଦିନିଆ ଚିତ୍ରକଳା ଓ ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।

