ଜଳେଶ୍ବର: କମେଣ୍ଟ ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ୪ ଜଣ ଗୁରୁତର,ଜଣେ ଆହତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା କୁହ୍ଲାଚଢ଼ ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗୁରୁତର ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବାଲିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଗାଁରେ ଚାପା ଉତ୍ତେଜନା ଲାଗିରହିଥିବାରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।

