Bharat bb

ଭୁବନେଶ୍ୱର : କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ । ଦେଶର ୧୦ଟି ଶ୍ରମିକ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ଦେଶବ୍ୟାପୀ ଚକାଜାମ୍ । ୧୨ ଦଫା ଦାବିରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ରାସ୍ତାରୋକ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । କର୍ମୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ବିଭିନ୍ନ ସ୍ଥାନରେ ବସ୍ ଚଳାଚଳ ଠପ୍ ହୋଇଯାଇଛି । ଆଂଶିକ ପ୍ରଭାବିତ ହୋଇଛି ଟ୍ରେନ୍ ଚଳାଚଳ । ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ବିଭିନ୍ନ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିଛି । ଶ୍ରମିକ ଓ ଚାଷୀ ସଂଗଠନଗୁଡ଼ିକ ସରକାରଙ୍କ କିଛି ନୀତିକୁ ବିରୋଧ କରୁଛନ୍ତି । ରାଜ୍ୟରେ କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନର ଭାରତ ବନ୍ଦ ଡାକରାକୁ ସମର୍ଥନ ଜଣାଇଛି ବିଜୁ ଶ୍ରମିକ ସାମ୍ମୁଖ୍ୟ । କଂଗ୍ରେସ ମଧ୍ୟ ସମର୍ଥନ ଜଣାଇଛି । ତେବେ ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି ।

Share