Lingaraj 1

ଭୁବନେଶ୍ବର: ରାତି ପାହିଲେ ଜାଗର । ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର ।  ରାତି ୧୦ଟାରେ ଉଠିବ ଲିଙ୍ଗରାଜ ପ୍ରଭୁଙ୍କ ମହାଦୀପ ।  ଲକ୍ଷାଧିକ ଲୋକଙ୍କ ସମାଗମକୁ ନଜର ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ଉଭୟ ମନ୍ଦିର ବାହାରେ ଓ ଭିତରେ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି ।  ଏହାସହ ମନ୍ଦିର ଆଖପାଖ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ୧୨ଟି ପାର୍କିଂସ୍ଥଳୀ ।  ସେପଟେ କାଲି ଜାଗର ଥିବାରୁ ରାସ୍ତାକୁ ପ୍ରଶସ୍ତ କରିବାକୁ ମନ୍ଦିର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି ।

Share