ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ । ୬ ତାରିଖରେ ଯାଞ୍ଚ ହେବ। ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ମାର୍ଚ୍ଚ ୯ ଶେଷ ତାରିଖ ରହିଛି । ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ ହେବ । ଅପରାହ୍ଣରେ ହେବ ଭୋଟ୍ ଗଣତି ।

