Puri 7

ପୁରୀ : ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦ୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ । ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜ୍ଜିତ କରାଯିବ । ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ । ସେପଟେ ଆସନ୍ତା ୨ ତାରିଖରେ ମେଣ୍ଢାପୋଡି ଉତ୍ସବ ଅନୁଷ୍ଠିତ ହେବ । ଏହାସହ ୩ ତାରିଖ ମଙ୍ଗଳବାରରେ ଦୋଳପୂର୍ଣ୍ଣିମା ଅବସରରେ ଚତୁର୍ଦ୍ଧାବିଗ୍ରହ ସୁନାବେଶରେ ଦର୍ଶନ ଦେଵେ ।

Share