Cm 1
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି ।  ଏହା ଦ୍ୱାରା ରାଜ୍ୟର ୧୩ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ଉପକୃତ ହୋଇଛନ୍ତି ।
ଏହି ଶିକ୍ଷକମାନେ ସେମାନଙ୍କର ଚାକିରୀରେ ଯୋଗଦାନ ସମୟ ଠାରୁ ନିୟମିତ ହୋଇଛନ୍ତି । ତେବେ, ସେମାନେ ଚାକିରୀରେ ଯୋଗଦାନ ସମୟ ଠାରୁ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ Notional Benefit ପାଇବେ ।  ୨୦୨୬ ଜାନୁୟାରୀ ପହିଲା ଠାରୁ ନିୟମିତ କର୍ମଚାରୀଙ୍କ ଦରମା ତଥା ଅନ୍ୟାନ୍ୟ ସମସ୍ତ ସୁବିଧା ପାଇପାରିବେ । ସୂଚନାଯୋଗ୍ୟ ଯେ, ଏହି କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ  ପୂର୍ବରୁ ଘୋଷଣା କରିଥିଲେ ।  ଆଜି ଏହି ନିଷ୍ପତ୍ତି ଗ୍ରହଣ କରିବା ଦ୍ୱାରା ଶିକ୍ଷକ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି।
Share