Weather 2

ଭୁବନେଶ୍ବର : ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ।  ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।  ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ ।  ତେବେ ଆସନ୍ତା ଦୁଇ ଦିନ ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ତାଣ୍ଡବ ରଚିପାରେ କାଳବୈଶାଖୀ ।  ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି ।  ଦୁଇ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।

ସେହିପରି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଏହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ ନବରଙ୍ଗପୁର ଓ ମାଲକାନଗିରି ।  ଆସନ୍ତାକାଲି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।

ଏହି ଦୁଇ ଜିଲ୍ଲାରେ ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।  ତେବେ କାଲି ଏହି ଦୁଇ ଜିଲ୍ଲାକୁ ମିଶାଇ ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ୧୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।  ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Share