Assembly 89900

ଭୁବନେଶ୍ଵର: ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ। ବିରୋଧୀଙ୍କ ହଟ୍ଟଗୋଳ ଭିତରେ ସୋମବାର ପର୍ଯ୍ୟନ୍ତ ବିଧାନସଭାକୁ ମୁଲତବୀ ଘୋଷଣା କରାଯାଇଛି। ଆଜି ମଧ୍ୟ ଚାଲିପାରିନି ବିଧାନସଭା । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ଏସସିବି ଅଗ୍ନିକାଣ୍ଡ ଏବଂ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ବିରୋଧୀମାନେ ପ୍ରବଳ ହଟ୍ଟଗୋଳ କରିଥିଲେ।

ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ।  ବିଧାନସଭା ପରିସରରେ ଥିବା ଗାନ୍ଧିମୂର୍ତ୍ତି ତଳେ ବିରୋଧୀ ସଦସ୍ୟମାନେ ପ୍ରତିବାଦ କରିଥିଲେ। ଏବଂ ଏସସିବି ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। ତେବେ ଗତ ୧୭ ତାରିଖରୁ ଏସ୍‌ସିବି ମେଡ଼ିକାଲ ଅଗ୍ନିକାଣ୍ଡ ପ୍ରସଙ୍ଗକୁ ନେଇ ଲଗାତାର ଭାବେ ବିରୋଧୀମାନେ ଗୃହରେ ହଟ୍ଟଗୋଳ କରିଆସୁଛନ୍ତି।

Share