Recent photo 1752943679 1

ଭୁବନେଶ୍ଵର: ମଧ୍ୟପ୍ରାଚ୍ୟ ଯୁଦ୍ଧ ନେଇ ଜରୁରୀ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀମୋହନ ମାଝୀଙ୍କ ଅଧ୍ୟକତାରେ ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ବୈଠକ। ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଯୋଡି ହେବେ। ରାଜ୍ୟରେ ରନ୍ଧନଗ୍ୟାସ ନେଇ ସଙ୍କଟ ଦେଖାଦେଇଛି। ଏହି ବୈଠକରେ   ଶକ୍ତି ସଙ୍କଟ ମୁକାବିଲା ନେଇ ହେବ ଗୁରୁତ୍ଵପୂର୍ଣ୍ଣ ଆଲୋଚନା।

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶରେ ଶକ୍ତି ସଙ୍କଟ ସୃଷ୍ଟି ହୋଇଛି। ଗ୍ୟାସ୍ ଓ ପେଟ୍ରୋଲ, ଡିଜେଲ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଯାହାର ମୁକାବିଲା ଲାଗି କେନ୍ଦ୍ର ସରକାର ରାଜ୍ୟ ଗୁଡ଼ିକୁ ସତର୍କ କରିଛନ୍ତି। ଟିମ୍ ଇଣ୍ଡିଆ ହୋଇ କାମ କରିବାକୁ ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଥିଲେ। ତାପରେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ରାଜ୍ୟକୁ ନେଇ ଥିବା ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ସହ ଯୋଗାଯୋଗ କରି ଫେରିଛନ୍ତି।

ଦିଲ୍ଲୀରୁ ଫେରିବା କ୍ଷଣି ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ଏକ ବଡ଼ ବୈଠକ ଡାକିଛନ୍ତି । ଏହି ବୈଠକରେ ବିଭିନ୍ନ ବିଭାଗର ମୁଖ୍ୟଙ୍କ ସହ ଜିଲ୍ଲାପାଳମାନେ ଉପସ୍ଥିତ ରହିବେ। ଜିଲ୍ଲା ଗୁଡ଼ିକର କ’ଣ ସବୁ ସ୍ଥିତି ରହିଛି ସେ ବାବଦରେ ଅବଗତ କରିବେ। ଏହା ସହ ରାଜ୍ୟରେ ମହଜୁଦ୍ ଥିବା ବିଭିନ୍ନ ସାମଗ୍ରୀ କେଉଁଭଳି ଲୋକଙ୍କ ନିକଟକୁ ସୁରୁଖୁରୁରେ ପହଞ୍ଚିବ, କଳାବଜାରୀ ସମସ୍ୟା ଉପୁଜିବ ନାହିଁ ସେଦିଗରେ ବିସ୍ତୃତ ଭାବରେ ଆଲୋଚନା ହେବ। ବିଶେଷ କରି ତୈଳ ସାମଗ୍ରୀକୁ ନେଇ ଉପୁଜିଥିବା ସମସ୍ୟାକୁ କେମିତି ମୁକାବିଲା କରି ହେବ ସେଥିପାଇଁ ରୋଡ ମ୍ୟାପ ପ୍ରସ୍ତୁତ ହେବ।

Share