Rain 3

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦର୍ଶାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଆଜି ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା କାଲି ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୯ ଓ ୧୦ ତାରିଖରେ ମଧ୍ୟ ବିଜୁଳି ଘଡଘଡି ସହ ପବନ ନେଇ ଆଲର୍ଟ ଜାରି ହୋଇଛି ।

ଅନ୍ୟପଟେ ଆଇଏମଡିର ପୂର୍ବାନୁମାନ ଯେ, ସକ୍ରିୟ ପଶ୍ଚିମା ଝଡ କାରଣରୁ ଆଜି ଓ ଆସନ୍ତା କାଲି ଉତ୍ତର ପଶ୍ଚିମ ଭାରତ ଏବଂ ପୂର୍ବ ଭାରତରେ କୁଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉତ୍ତର ପଶ୍ଚିମ, ମଧ୍ୟ ଓ ପୂର୍ବ ଭାରତର ଅଧିକାଂଶ ଅଞ୍ଚଳରେ ଦିନ ତାପମାତ୍ରା ସ୍ବାଭାବିକ ଠାରୁ କମ୍ ରହିବ ବୋଲି ଦର୍ଶାଇଛି ଆଇଏମଡି ।

Share