ଭୁବନେଶ୍ୱର : ସାବଧାନ ! ଆହୁରି ତାତିବ ଓଡ଼ିଶା । ରାଜ୍ୟରେ ବଢ଼ିବ ଖରା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ସମ୍ଭାବନା । ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଦିନର ସର୍ବାଧିକ ତାପମାତ୍ରା ପ୍ରାୟ ୨ ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବଢ଼ିପାରେ । ୨୪ ଘଣ୍ଟା ପରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଅର୍ଥାତ୍ ତାତି ସ୍ଥିର ରହିବ। ଆଗାମୀ ସପ୍ତାହ ପାଇଁ ଉପକୂଳ ଜିଲ୍ଲା ଭୁବନେଶ୍ୱର, କଟକ, ପୁରୀରେ ତାପମାତ୍ରା ୩୬ ରୁ ୪୦ ଡିଗ୍ରୀ ସେଲସିୟସ ରହିବ ।
ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶା ଟିଟିଲାଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସମ୍ବଲପୁର, ଅନୁଗୁଳରେ ୪୦ ରୁ ୪୪ ଡିଗ୍ରୀ ସେଲସିୟସ ରହିପାରେ । କିଛି ସ୍ଥାନରେ ଏହା ୪୫ ଡିଗ୍ରୀ ମଧ୍ୟ ଛୁଇଁପାରେ। ୧୮ ଓ ୧୯ ଏପ୍ରିଲରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ଅଛି । ଉପକୂଳରେ ଅଧିକ ଆର୍ଦ୍ରତା ଯୋଗୁଁ ଗୁଳୁଗୁଳି ଅସହ୍ୟ ହେବ। ଦିନ ୧୧ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ବାହାରକୁ ଯିବାକୁ ବାରଣ କରାଯାଇଛି ।

