ଭୁବନେଶ୍ବର: ରାଜ୍ୟର ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୪୩.୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ରାଜ୍ୟର ୧୩ ସହରର ତାପମାତ୍ରା ୪୦ ଉପରେ ରହିଛି । ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହିତ କେତେକ ସ୍ଥାନରେ କାଳବୈଶାଖୀର ସମ୍ଭାବନା ରହିଛି । ଆସନ୍ତା ୩-୪ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ । ୨୨ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏପ୍ରିଲ ୨୦ ରୁ ୨୩ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନ ହେବାର ସମ୍ଭାବନା ରହିଛି ।
ସେପଟେ, ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରହିଛି ଅଧା ଓଡ଼ିଶା । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅସହ୍ୟ ତାତି। ଆସନ୍ତା ୨୩ ତାରିଖ ଯାଏଁ ଲାଗି ରହିବ ତାତିର ପ୍ରଭାବ। ଆଭ୍ୟନ୍ତରୀଣ ଓଡ଼ିଶାରେ ୩୮ ରୁ ୪୦ ଡିଗ୍ରୀ ଟପିପାରେ ତାତି। ୨ରୁ ୩ ଡିଗ୍ରୀ ବଢ଼ିପାରେ ଦିନ ତାପମାତ୍ରା । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

