School students 750x391 1

ଭୁବନେଶ୍ୱର : ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ଛୁଟି । ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି ।  ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।  ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ । ତେବେ,ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ ।

ସୂଚନାମୁତାବକ ରାଜ୍ୟର ତାପମାତ୍ରା ବଢୁଥିବା ବେଳେ ପ୍ରାୟ ୧୮ରୁ ଅଧିକ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଥିଲା ଜିଲ୍ଲା ପ୍ରଶାସନ । ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପାରଦ ଉଚ୍ଚରେ ଥିବା ଯୋଗୁଁ ସ୍କୁଲ କଲେଜ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିଷ୍ପତ୍ତି ସରକାର ନେଇପାରନ୍ତି ଆଶା କରାଯାଉଥିଲା । ବର୍ତ୍ତମାନ ସ୍କୁଲ ଛୁଟି ଘୋଷଣା କରାଯାଇ ସାରିଛି । ସରକାରୀ ନିଷ୍ପତ୍ତିକୁ ଅପେକ୍ଷା ଥିଲା ଆଉ ଆଜି ଏଥିରେ ମୋହର ବାଜିିଛି ।

Share