ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ସପ୍ତଦଶ ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍ ୨୦୦୩ ର ଧାରା ୨୮ (ଓଡ଼ିଶା ଆକ୍ଟ ୨୦୦୭ ର ଧାରା ୮) ଏବଂ ପୋଲିସ କମିଶନରେଟ୍, ଭୁବନେଶ୍ୱର-କଟକ, ଟ୍ରାଫିକ୍ ଓ ପବ୍ଲିକ୍ ଅର୍ଡର ଓ ରେଗୁଲେଶନ ୨୦୦୮ ଧାରା ୩୬ ଅନୁସାରେ କଟକଣା ଲାଗୁ କରାଯାଇଛି।
ହାଉସିଂ ବୋର୍ଡ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ କେଶରୀ ଟକୀଜ୍ ଠାରୁ ବାମ ପାର୍ଶ୍ବ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ। ଏ.ଜି. ଛକ ପଟୁ ପି.ଏମ୍.ଜି. ଛକ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ ଜୟଦେବ ଭବନ ପାଖରେ ଡାହାଣ ପାର୍ଶ୍ଵରେ ଥିବା ଇନ୍ଦିରା ଗାନ୍ଧୀ ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ।

